1ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍କୀୟର ପୁତ୍ର ପଶ୍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,
2“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”
3ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”
4ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”
5ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”