ଯିରିମୀୟ 38

ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”

Jeremiah 38:4 (UKJV) Therefore the princes said unto the king, We plead to you, let this man be put to death: for thus he weakens the hands of the men of war that remain in this city, and the hands of all the people, in speaking such words unto them: for this man seeks not the welfare of this people, but the hurt.

2“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”

3ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”

4ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”

5ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”

6ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.