4ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”
5ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”
6ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
7ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।
8ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,