ଯିରିମୀୟ 38

ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,

Jeremiah 38:8 (UKJV) Ebedmelech went forth out of the king's house, and spoke to the king saying,

6ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।

7ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।

8ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,

9“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”

10ସେତେବେଳେ ରାଜା କୂଶୀୟ ଏବଦ୍‍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍‍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.