7ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।
8ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,
9“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”
10ସେତେବେଳେ ରାଜା କୂଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”
11ତହିଁରେ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।