9ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
10ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
11ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା କଲା,
12“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
13ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।