ଯିରିମୀୟ 39

“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”

Jeremiah 39:12 (UKJV) Take him, and look well to him, and do him no harm; but do unto him even as he shall say unto you.

10ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

11ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,

12“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”

13ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।

14ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.