ଯିରିମୀୟ 39

ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Jeremiah 39:15 (UKJV) Now the word of the LORD came unto Jeremiah, while he was shut up in the court of the prison, saying,

13ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।

14ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

15ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

16“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।

17ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.