ଯିରିମୀୟ 39

ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।

Jeremiah 39:3 (UKJV) And all the princes of the king of Babylon came in, and sat in the middle gate, even Nergalsharezer, Samgarnebo, Sarsechim, Rabsaris, Nergalsharezer, Rabmag, with all the residue of the princes of the king of Babylon.

1ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;

2ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,

3ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।

4ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।

5ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.