2ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
3ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
4ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
5ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
6ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।