ଯିରିମୀୟ 39

ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।

Jeremiah 39:5 (UKJV) But the Chaldeans' army pursued after them, and overtook Zedekiah in the plains of Jericho: and when they had taken him, they brought him up to Nebuchadnezzar king of Babylon to Riblah in the land of Hamath, where he gave judgment upon him.

3ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।

4ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।

5ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।

6ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।

7ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.