4ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
5ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
6ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
7ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
8ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।