ଯିରିମୀୟ 39

ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।

Jeremiah 39:8 (UKJV) And the Chaldeans burned the king's house, and the houses of the people, with fire, and brake down the walls of Jerusalem.

6ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।

7ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।

8ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।

9ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।

10ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.