ଯିରିମୀୟ 4

ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”

Jeremiah 4:2 (UKJV) And you shall swear, The LORD lives, in truth, in judgment, and in righteousness; and the nations shall bless themselves in him, and in him shall they glory.

1ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;

2ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”

3କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

4ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.