ଯିରିମୀୟ 4

ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।

Jeremiah 4:29 (UKJV) The whole city shall flee for the noise of the horsemen and bowmen; they shall go into thickets, and climb up upon the rocks: every city shall be forsaken, and not a man dwell therein.

27କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।

28ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”

29ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।

30ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।

31କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.