ଯିରିମୀୟ 4

ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”

Jeremiah 4:4 (UKJV) Circumcise yourselves to the LORD, and take away the foreskins of your heart, all of you men of Judah and inhabitants of Jerusalem: lest my fury come forth like fire, and burn that none can quench it, because of the evil of your doings.

2ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”

3କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

4ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”

5ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’

6ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.