ଯିରିମୀୟ 4

ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’

Jeremiah 4:5 (UKJV) Declare all of you in Judah, and publish in Jerusalem; and say, Blow all of you the trumpet in the land: cry, gather together, and say, Assemble yourselves, and let us go into the defenced cities.

3କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

4ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”

5ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’

6ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।

7ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.