ଯିରିମୀୟ 40

ଆହୁରି, କାରେହର ପୁତ୍ର ଯୋହାନନ୍‍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,

Jeremiah 40:13 (UKJV) Moreover Johanan the son of Kareah, and all the captains of the forces that were in the fields, came to Gedaliah to Mizpah,

11ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

12ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।

13ଆହୁରି, କାରେହର ପୁତ୍ର ଯୋହାନନ୍‍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,

14ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।

15ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.