ଯିରିମୀୟ 40

ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:

Jeremiah 40:2 (UKJV) And the captain of the guard took Jeremiah, and said unto him, The LORD your God has pronounced this evil upon this place.

1ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

2ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:

3ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।

4ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.