ଯିରିମୀୟ 40

ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

Jeremiah 40:9 (UKJV) And Gedaliah the son of Ahikam the son of Shaphan swore unto them and to their men, saying, Fear not to serve the Chaldeans: dwell in the land, and serve the king of Babylon, and it shall be well with you.

7ଏଥିଉତ୍ତାରେ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।

8ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।

9ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

10ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”

11ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.