9ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା।
10ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
11ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
12ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।
13ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।