ଯିରିମୀୟ 41

ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।

Jeremiah 41:12 (UKJV) Then they took all the men, and went to fight with Ishmael the son of Nethaniah, and found him by the great waters that are in Gibeon.

10ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।

11ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍‍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,

12ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।

13ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।

14ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍‍ ନିକଟକୁ ଫେରି ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.