ଯିରିମୀୟ 41

ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।

Jeremiah 41:13 (UKJV) Now it came to pass, that when all the people which were with Ishmael saw Johanan the son of Kareah, and all the captains of the forces that were with him, then they were glad.

11ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍‍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,

12ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍‍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।

13ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।

14ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍‍ ନିକଟକୁ ଫେରି ଆସିଲେ।

15ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.