ଯିରିମୀୟ 41

ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍‍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍‍, ଗିବୀୟୋନ୍‍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।

Jeremiah 41:16 (UKJV) Then took Johanan the son of Kareah, and all the captains of the forces that were with him, all the remnant of the people whom he had recovered from Ishmael the son of Nethaniah, from Mizpah, after that he had slain Gedaliah the son of Ahikam, even mighty men of war, and the women, and the children, and the eunuchs, whom he had brought again from Gibeon:

14ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍‍ ନିକଟକୁ ଫେରି ଆସିଲେ।

15ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍‍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।

16ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍‍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍‍, ଗିବୀୟୋନ୍‍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।

17ଆଉ, ସେମାନେ କଲ୍‍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍‍ହମ୍‍ରେ ବାସ କଲେ;

18କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.