ଯିରିମୀୟ 41

ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।

Jeremiah 41:3 (UKJV) Ishmael also slew all the Jews that were with him, even with Gedaliah, at Mizpah, and the Chaldeans that were found there, and the men of war.

1ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।

2ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।

3ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।

4ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,

5ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.