ଯିରିମୀୟ 41

ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,

Jeremiah 41:4 (UKJV) And it came to pass the second day after he had slain Gedaliah, and no man knew it,

2ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।

3ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍‍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍‍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।

4ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,

5ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।

6ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଆସ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.