3ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।
4ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,
5ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।
6ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସ।”
7ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ।