5ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।
6ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସ।”
7ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ।
8ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।
9ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା।