20ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
21ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।
22ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”