ଯିରିମୀୟ 43

ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।

Jeremiah 43:10 (UKJV) And say unto them, Thus says the LORD of hosts, the God of Israel; Behold, I will send and take Nebuchadrezzar the king of Babylon, my servant, and will set his throne upon these stones that I have hid; and he shall spread his royal pavilion over them.

8ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

9“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;

10ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।

11ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।

12ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.