9“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
10ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।
11ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।
12ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
13ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”