ଯିରିମୀୟ 43

ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।

Jeremiah 43:12 (UKJV) And I will kindle a fire in the houses of the gods of Egypt; and he shall burn them, and carry them away captives: and he shall array himself with the land of Egypt, as a shepherd puts on his garment; and he shall go forth from thence in peace.

10ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।

11ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।

12ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।

13ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.