ଯିରିମୀୟ 43

ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;

Jeremiah 43:2 (UKJV) Then spoke Azariah the son of Hoshaiah, and Johanan the son of Kareah, and all the proud men, saying unto Jeremiah, You speak falsely: the LORD our God has not sent you to say, Go not into Egypt to sojourn there:

1ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍‍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,

2ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;

3ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”

4ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.