1ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
2ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;
3ମାତ୍ର କଲ୍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”
4ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
5ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,