ଯିରିମୀୟ 43

ମାତ୍ର କାରେହର ପୁତ୍ର ଯୋହାନନ୍‍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍‍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,

Jeremiah 43:5 (UKJV) But Johanan the son of Kareah, and all the captains of the forces, took all the remnant of Judah, that were returned from all nations, where they had been driven, to dwell in the land of Judah;

3ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”

4ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।

5ମାତ୍ର କାରେହର ପୁତ୍ର ଯୋହାନନ୍‍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍‍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,

6ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,

7ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.