5ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
6ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
7ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ।
8ଏଥିଉତ୍ତାରେ ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
9“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;