6ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
7ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ।
8ଏଥିଉତ୍ତାରେ ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
9“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
10ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।