ଯିରିମୀୟ 44

ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”

Jeremiah 44:14 (UKJV) So that none of the remnant of Judah, which are gone into the land of Egypt to sojourn there, shall escape or remain, that they should return into the land of Judah, to the which they have a desire to return to dwell there: for none shall return but such as shall escape.

12ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।

13କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;

14ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”

15ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍‍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,

16“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.