16“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
17ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
18ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”
19ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”
20ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,