ଯିରିମୀୟ 44

ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”

Jeremiah 44:19 (UKJV) And when we burned incense to the queen of heaven, and poured out drink offerings unto her, did we make her cakes to worship her, and pour out drink offerings unto her, without our men?

17ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।

18ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”

19ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”

20ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,

21“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.