ଯିରିମୀୟ 44

“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;

Jeremiah 44:2 (UKJV) Thus says the LORD of hosts, the God of Israel; All of you have seen all the evil that I have brought upon Jerusalem, and upon all the cities of Judah; and, behold, this day they are a desolation, and no man dwells therein,

1ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,

2“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;

3କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।

4ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.