18ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”
19ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”
20ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,
21“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?
22ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।