ଯିରିମୀୟ 44

ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।

Jeremiah 44:28 (UKJV) Yet a small number that escape the sword shall return out of the land of Egypt into the land of Judah, and all the remnant of Judah, that are gone into the land of Egypt to sojourn there, shall know whose words shall stand, mine, or their's.

26ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।

27ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।

28ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।

29ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।

30ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.