2“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
3କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।
4ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।
5ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।
6ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।