ଯିରିମୀୟ 45

ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।

Jeremiah 45:4 (UKJV) Thus shall you say unto him, The LORD says thus; Behold, that which I have built will I break down, and that which I have planted I will pluck up, even this whole land.

2“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;

3ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’

4ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।

5ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.