ଯିରିମୀୟ 46

ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’

Jeremiah 46:16 (UKJV) He made many to fall, yea, one fell upon another: and they said, Arise, and let us go again to our own people, and to the land of our nativity, from the oppressing sword.

14“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।

15ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।

16ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’

17ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’

18ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.