ଯିରିମୀୟ 46

ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।

Jeremiah 46:18 (UKJV) As I live, says the King, whose name is the LORD of hosts, Surely as Tabor is among the mountains, and as Carmel by the sea, so shall he comes.

16ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’

17ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’

18ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।

19ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।

20ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.