21ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
22ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।
23ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
24ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”
25ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;