22ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।
23ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
24ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”
25ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
26ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।