26ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।
27ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
28ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”